www.samajalive.in
Monday, December 8, 2025
13.1 C
Bhubaneswar

୧୫ରୁ ୧୮ ବର୍ଷ ବୟସ୍କଙ୍କ ପାଇଁ ଟିକାକରଣ ଆରମ୍ଭ

ଭୁବନେଶ୍ୱର: ଜାନୁଆରୀ ୩ ତାରିଖ ସୋମବାର ଠାରୁ ରାଜ୍ୟରେ ୧୫ରୁ ୧୮ ବର୍ଷ ବୟସ ବର୍ଗଙ୍କ ନିମନ୍ତେ କୋଭିଡ ଟିକାକରଣ ଆରମ୍ଭ ହୋଇଛି। ରାଜ୍ୟରେ ଏଥିପାଇଁ ୯୩୯ଟି ସ୍ୱତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯାଇଛି। ଏହି ବୟସ ବର୍ଗଙ୍କୁ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଦିଆଯାଉଥିବା ଜଣାଯାଇଛି। ସେମାନଙ୍କ ପାଇଁ ଜାନୁଆରୀ ୧ ତାରିଖରୁ ଅନ୍‍ଲାଇନରେ ପଞ୍ଜିକରଣ ଆରମ୍ଭ ହୋଇଛି। ପ୍ରଥମ ପାନ ଟିକା ନେବାର ୧୮ରୁ ୪୦ ଦିନ ମଧ୍ୟରେ ସେମାନେ ଦ୍ୱିତୀୟ ପାନ ଟିକା ନେଇପାରିବେ। ଏହି ବୟସ ବର୍ଗର କିଶୋରମାନଙ୍କର ଟିକାକରଣ ଏକମାସ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହାଦ୍ୱାରା ରାଜ୍ୟର ପ୍ରାୟ ୨୩ ଲକ୍ଷ ପିଲା ଉପକୃତ ହୋଇପାରିବେ। କୋଭିଡର ତୃତୀୟ ଲହର ଆରମ୍ଭ ହୋଇଥିବା ପରିପ୍ରେକ୍ଷୀରେ ସରକାର ରାଜ୍ୟରେ ଟିକାକରଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମ୍ମୁଖ ଭାଗ ଯୋଦ୍ଧା ଏବଂ ୬୦ ବର୍ଷରୁ ଅଧିକ ବୟସର ଅନ୍ୟ ଜଟିଳ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ବୁଷ୍ଟର ଟିକା ଦେବାକୁ ମଧ୍ୟ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଥିବା ଜଣାଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories