www.samajalive.in
Thursday, December 11, 2025
27.1 C
Bhubaneswar

କଟକରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା

କଟକ :  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଛନ୍ତି ,  କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ Drink from Tap କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ Drink from Tap କାର୍ଯ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ Drink from Tap କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି , ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି । ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ବୋଲି ସେ କହିଥିଲେ।
ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି Water Treatment Plantର ଉଦ୍‌ଘାଟନ ମଧ୍ୟ କରିଥିଲେ ।  ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ ।
ଏହି ଅବସରରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ଜନସାଧାରଣଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୋଭିଡ ନିୟମ ମାନିବା ପାଇଁ ଅନୁରୋଧ କରିଥିଲେ ।
କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଛନ୍ତି , ମୁଖ୍ୟମନ୍ତ୍ରୀ କଟକ ସହରର ବିକାଶ ପାଇଁ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ଏବଂ ସବୁ କାର୍ଯ୍ୟକ୍ରମ ପାଇଁ ତୁରନ୍ତ ବ୍ୟବସ୍ଥା କରିଆସିଛନ୍ତି । ୨୦୨୨ରେ କଟକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଲୋକାର୍ପିତ ହେବ ଏବଂ କଟକ ସହରର ବିକାଶ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ସେ କହିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଟକ ମ୍ୟୁନିସପାଲ କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ସୁବାସ ସିଂହ, ବିଧାୟକ ଶ୍ରୀ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories