www.samajalive.in
Sunday, December 14, 2025
26.1 C
Bhubaneswar

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଆଲୋଚନାଚକ୍ର

ବୌଦ୍ଧ: ବୌଦ୍ଧ ପଞ୍ଚାୟତ ମହବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ବାର୍ଷିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତରେ ଗଣତାନ୍ତ୍ରିକ ପ୍ରକ୍ରିୟାର ସମସ୍ୟା ଓ ଆହ୍ୱାନ ଶୀର୍ଷକ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା ଯୋଗଦେଇ ଆଲୋଚନାଚକ୍ରକୁ ଉଦଘାଟନ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପିକା ଡ.ସୁଜାତା ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅଧ୍ୟାପିକା ଡ.ରତ୍ନପ୍ରଭା ବାରିକ, ଅଧ୍ୟାପକ ମୁକ୍ତି ସାହୁ ସନ୍ଦର୍ଭ ପାଠ କରିଥିଲେ। ଆଲୋଚନାଚକ୍ରରେ ତୃତୀୟ ବର୍ଷ ଛାତ୍ର ବବଲୁ ଅମାତ, ସୁଜିତ ସେଠୀ, ସୁଶ୍ରୀ ରଶ୍ମିତା ମେହେର, ଦ୍ଵିତୀୟ ବର୍ଷ ଛାତ୍ର ଗୋପବନ୍ଧୁ ସାହୁ, ସୁଶ୍ରୀ ନଫିସା ବେଗମ, ସୁଶ୍ରୀ ମଧୁସ୍ମିତା ବାରିକ୍‍, ଶ୍ରୀୟାରାଣୀ ମିଶ୍ର, ପ୍ରଥମ ବର୍ଷ ଛାତ୍ରୀ ସୁଶ୍ରୀ ରଞ୍ଜନା ନାୟକ, ମିତାଲି ଚିନହରା, ଛାତ୍ର ଦେବାର୍ଚ୍ଚନ ପ୍ରଧାନ ଓ ପ୍ରଫୁଲ୍ଲ ପ୍ରଧାନ ପ୍ରମୁଖ ନିଜ ନିଜର ସନ୍ଦର୍ଭ ପାଠ କରିଥିଲେ। ଶେଷରେ ସୁଜିତ ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories