www.samajalive.in
Saturday, December 13, 2025
26.1 C
Bhubaneswar

ଅଙ୍ଗନୱାଡି କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ଉପକୃତ ହେବେ ୧. ୩୦ ଲକ୍ଷ କର୍ମୀ ଓ ସହାୟିକା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅଙ୍ଗନୱାଡି କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ଅଙ୍ଗନୱାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ। ମିନି ଅଙ୍ଗନୱାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଅଙ୍ଗନୱାଡି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।
ଏହି ନୂତନ ପ୍ରୋତ୍ସାହନ ରାଶି ପିଛଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି। ଏହାଦ୍ୱାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନୱାଡି କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନୱାଡି ସହାୟିକା ଉପକୃତ ହେବେ। ଏହି ଘୋଷଣା ଦ୍ୱାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନୱାଡି କର୍ମୀ ଉପକୃତ ହେବେ।
ସେହିପରି ଅଙ୍ଗନୱାଡି କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନୱାଡି ସହାୟିକାମାନେ କାର୍ୟ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories