www.samajalive.in
Sunday, December 14, 2025
19.1 C
Bhubaneswar

ନିର୍ବାଚନ ରାଜ୍ୟରେ ଟିକା ପ୍ରମାଣପତ୍ରରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ : ଆସନ୍ତା ମାସରୁ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ୫ଟି ରାଜ୍ୟରେ ହିତାଧିକାରୀଙ୍କ କୋଭିଡ ଟିକା ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋ ରହିବ ନାହିଁ। ନିର୍ବାଚନ ଆୟୋଗ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିବାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଛି। ତେଣୁ ଏହିସବୁ ରାଜ୍ୟରେ ପ୍ରଦାନ କରାଯାଉଥିବା ଟିକା ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିବ ନାହିଁ ବୋଲି ଜଣେ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ। ଟିକା ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କୋ-ୱିନ ଆପ୍‌ରେ ଆବଶ୍ୟକ ବ୍ୟବସ୍ଥା କରିବ। ୨୦୨୧ ମାର୍ଚ୍ଚରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ବାଚନ ଆୟୋଗଙ୍କ ପରାମର୍ଶକ୍ରମେ ଏପରି ପଦକ୍ଷେପ ନେଇଥିଲା। ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ନେଇ ବିଭିନ୍ନ ରାଜନୈତିକ ଦଳ ଅଭିଯୋଗ ଉଠାଇଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories