www.samajalive.in
Sunday, December 7, 2025
26.1 C
Bhubaneswar

ଦିଲ୍ଲୀରେ ୩୦୦ରୁ ଅଧିକ ପୁଲିସ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶର ରାଜଧାନୀ ସହର ଦିଲ୍ଲୀରେ ୩୦୦ରୁ ଅଧିକ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନସମ୍ପର୍କ ଅଧିକାରୀ ଏବଂ ଅତିରିକ୍ତ ଆରକ୍ଷୀ ଆୟୁକ୍ତ ଚିନ୍ମୟ ବିଶ୍ୱାଳ ଅନ୍ତର୍ଭୁକ୍ତ। ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ପୁଲିସର ମୁଖ୍ୟ ଦପ୍ତର ସହିତ ସମସ୍ତ ଥାନା ଏବଂ ସମସ୍ତ ଶାଖାରେ ବହୁ ସଂଖ୍ୟକ ପୁଲିସ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨,୭୫୧ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ଗତବର୍ଷ ମେ ୧ ତାରିଖ ପରବର୍ତ୍ତୀ ସମୟରେ ସର୍ବାଧିକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ଦିଲ୍ଲୀରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୪୯,୭୩୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୦,୭୩୩ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଦିଲ୍ଲୀରେ ୧୦,୧୭୯ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୧୪,୬୩,୮୩୭ ଜଣ ସୁସ୍ଥ ହୋଇସାରିଲେଣି। ତେବେ ଡାକ୍ତର, ପୁଲିସଙ୍କ ଭଳି ସମ୍ମୁଖ ଭାଗର କୋଭିଡ ଯୋଦ୍ଧା ଅଧିକରୁ ଅଧିକ ସଂଖ୍ୟାରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନର ଚିନ୍ତା ବଢାଇ ଦେଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories