www.samajalive.in
Saturday, December 13, 2025
27.1 C
Bhubaneswar

୧୫ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୫ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ଓ କୁଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ  କୁଆପଥର ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର,ସମ୍ବଲପୁର , ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲା ଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲିଠାରୁ ୧୫ ତାରିଖ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା , ପୁରୀ, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ , ଢେଙ୍କାନାଳ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories