ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୨୧ ଟି ଜିଲ୍ଲାରେ ଘଡଘଡି ବିଜୁଳି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ରହିଛି। ଏସବୁ ଜିଲ୍ଲାରଗୁଡିକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅପରପକ୍ଷରେ ୧୫ ତାରିଖ ପରେ ପାଗରେ ପରିବର୍ତନ ହେବ। ବର୍ଷା କମିବା ସହ ଶୀତ ବଢିବ। ଆସନ୍ତା ୩ ଦିନ ମଧ୍ୟରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି।



