www.samajalive.in
Monday, December 15, 2025
14.1 C
Bhubaneswar

ସୋମବାର ରାଶିଫଳ (୧୭.୦୧.୨୦୨୨)

ମେଷ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଆଧ୍ୟାତ୍ମିକ ଜିଜ୍ଞାସା ପରିପୂର୍ଣ୍ଣ କରିପାରନ୍ତି। ସରକାରୀ ସ୍ତରରୁ ଲାଭବାନ୍‌ ହେବେ।
ବୃଷ: ଧର୍ମ ଧ୍ବଜାଧାରୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ଅଖଣ୍ଡ କୀର୍ତ୍ତି ସ୍ଥାପନ କରିପାରନ୍ତି। ମତିମାନ୍‌ ହେବେ। କୃଷି କର୍ମ ଲାଭଦାୟକ ହେବ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ।
ମିଥୁନ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
କର୍କଟ: ବିବାଦୀୟ ବିତର୍କରୁ ଓହରିଯାଇ ପାରନ୍ତି। କାର୍ଯ୍ୟରେ ବିଘ୍ନ ଘଟାଇବାକୁ କେହି ଉଦ୍ୟମ କରିପାରନ୍ତି। କର୍ମଚଞ୍ଚଳ ରହିବେ। ବାକ୍ୟପଟୁ ହେବେ। ପରକୁ ଆପଣାର କରିବାର କଳା ଆପଣଙ୍କର ଅଛି।
ସିଂହ: ଶୁଭଖବର ଶୁଣି ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିୟୋଜିତ ହୋଇ ଆତ୍ମସନ୍ତୋଷ ଲାଭ କରିବେ। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସୂତ୍ରରୁ ଅର୍ଥ ମିଳିବ।
କନ୍ୟା: କର୍ମକ୍ଷେତ୍ରରୁ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ପରୋପକାରୀ ଭାବେ ପ୍ରଶଂସିତ ହେବେ।
ତୁଳା: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଅନୁଷ୍ଠାନକୁ ଗୌରବାନ୍ବିତ କରିବେ।
ବିଛା: କାର୍ଯ୍ୟରେ ଆଶାନୁରୂପ ସଫଳତା ମିଳିବା କଷ୍ଟସାଧ୍ୟ ହେବ। ଥଣ୍ଡାଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସର୍ବକଳା ସୁଦକ୍ଷ ହୋଇପାରନ୍ତି। କାୟାଶୁଦ୍ଧି ଉପରେ ଗୁରୁତ୍ବ ଦେବେ।
ଧନୁ: ଦିନ ଭିତରେ ଯାହା ଘଟଣା ଘଟିବ, ତାହା ସୁଖକର ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ପ୍ରୀତିଭୋଜନ ପାଇ ଆନନ୍ଦ ଉପଭୋଗ କରିପାରନ୍ତି।
ମକର: ବନ୍ଧୁ ସହାୟତା ପାଇ ଅସାଧ୍ୟ ସାଧନ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ସମ୍ପାଦିତ କରିପାରନ୍ତି। ଋଣ ପରିଶୋଧ କରିବେ।
କୁମ୍ଭ: ଅନବଦ୍ୟ ରଚନା ଜନସାଧାରଣଙ୍କ ପାଇଁ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପୁରାତନ, ଆଧୁନିକ ଓ ରୀତିଯୁଗର ଶବ୍ଦ ସମୁଦ୍ର ସୃଷ୍ଟି କରିବାରେ ସଫଳ ହେବେ।
ମୀନ: ପରିଶ୍ରମ ଯେତେ କଠିନ ହେଲେ ବି ତା’ର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କୃଷି କାର୍ଯ୍ୟରୁ ଲାଭ ମିଳିବ। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ଉତ୍ତମ ମାନର ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories