www.samajalive.in
Friday, December 12, 2025
26.1 C
Bhubaneswar

ଘନ କୁହୁଡ଼ି, ୮ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଓଡ଼ିଶା ଉପରେ ଗୁରୁଚାପ ବଳୟ ପ୍ରଭାବ ଅଧିକ ରହିବା ସମ୍ଭାବନା ରହିଛି। ବାୟୁମଣ୍ଡଳ ସ୍ଥିରତା ବୃଦ୍ଧି କରିବାରେ ଏହି ଗୁରୁଚାପ ବଳୟ ସହାୟକ ହେବ। ଜଳୀୟବାଷ୍ପର ଉପସ୍ଥିତି, ବାୟୁମଣ୍ଡଳ ସ୍ଥିରତା ଏବଂ ନିର୍ମଳ ଆକାଶ ରହିବା ଯୋଗୁଁ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇପା‌େ‌ର। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ ଏବଂ ସୋନପୁର ଜିଲାର କିଛି ଅଞ୍ଚଳରେ ଘନ କୁହୁଡି ଦୃଶ୍ୟମାନ ହେବା ସମ୍ଭାବନା ରହିଛି। ଉପରୋକ୍ତ ଜିଲା ଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ। ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ ରାଜ୍ୟରେ ସ୍ବାଭାବିକ ଶୀତ ଅନୁଭୂତ ହେବ। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ରାତି ତାପମାତ୍ରା ୨ ଡିଗ୍ରୀ ଏବଂ ଆଭ୍ୟନ୍ତରୀଣ ଜିଲା ଗୁଡିକରେ ୩ ଡିଗ୍ରୀ ଯାଏଁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଆଜିର ସର୍ବନିମ୍ନ ତାପମାତ୍ରା ରାଜ୍ୟର କେନ୍ଦୁଝରରେ ୧୨.୮ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ଦାରିଙ୍ଗବାଡିରେ ୧୩.୧ ଡିଗ୍ରୀ, ଭୁବ‌େ‌ନଶ୍ବରରେ ୧୬.୨ ଡିଗ୍ରୀ, କଟକରେ ୧୫ ଡିଗ୍ରୀ ରହିଛି। ଆଗକୁ ୫ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଭାବେ ଶୁଖିଲା ରହିବ। ଘନ କୁହୁଡିକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସ୍‌ଆର୍‌ସି) ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories