www.samajalive.in
Tuesday, December 9, 2025
17.1 C
Bhubaneswar

ମାଘମାସର ପ୍ରଥମ ସୋମବାର, ବଡସିଂହାର ବେଶରେ ସଜ୍ଜିତ ହେଲେ ଆଖଣ୍ଡଳମଣି

ଆରଡି: ପବିତ୍ର ମାଘମାସର ପ୍ରଥମ ସୋମବାର ଓ ପୌଷପୂର୍ଣ୍ଣିମା ଅବସରରେ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଅନୁଷ୍ଠିତ ହୋଇଥିଲା ନୀତିକାନ୍ତି। ଭୋର ୫ଟରେ ଦ୍ବାରଫିଟା ନୀତି ସରିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସରିବା ପରେ ମଣିବାବାଙ୍କୁ ଦିଗମ୍ବର ବେଶରେ ସଜ୍ଜିତ କରାଯାଇ ପହିଲି ବାଲ୍ଯଭୋଗ ଲାଗି କରାଯାଇଥିଲା। ସକାଳ ୯ଟାରେ ପହଡଖିଆ ଅନ୍ନନୀତିଭୋଗ , ଦିବା ୧ଟାରେ ଯୋଗୀବେଶ ସହ ବଡ ଅନ୍ନନୀତି ଭୋଗ ଲାଗି କରାଯାଇଥିଲା।

 

- Advertisement -

ମଧ୍ୟାହ୍ନ ଅବକାଶ(ଶୟନ) ସମାପନ ହେବା ପରେ ମାଘମାସ ନୀତି ନିମନ୍ତେ ମଣିବାବାଙ୍କୁ ବିଭିନ୍ନ ଅଳଙ୍କାର ଓ ଫୁଲଚନ୍ଦନ ଦ୍ବାରା ବଡସିଂହାର ବେଶରେ ସଜ୍ଜିତ କରାଯାଇଥିଲା। ପୀଠରେ କୋଭିଡ କଟକଣା ବଳବତ୍ତର ରହିବା ସହ ୧୪୪ଧାରା ଜାରି ରହିଥିବାରୁ ଭକ୍ତଶୂନ୍ଯ ହୋଇପଡିଥିଲା ପୀଠ। ଅନ୍ଯପଟେ କୋଭିଡ କଟକଣା ଅନୁଯାୟୀ ଦିନତମାମ ସେବାୟତଙ୍କ ଦ୍ବାରା ସମସ୍ତ ନୀତିକାନ୍ତି ସମାପନ କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories