www.samajalive.in
Sunday, December 7, 2025
14.1 C
Bhubaneswar

ପୂର୍ବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ବର୍ଷ ହୋଇଥିଲା । ଭୁବନେଶ୍ବରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି ।

୧୯୮୦ ମସିହାରୁ ୧୯୯୦ମସିହା ପର୍ଯ୍ୟନ୍ତ ସେ କଟକ ସଦର ନିର୍ବାଚନ ମଣ୍ଡଳୀରୁ ୨ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୪୨ମସିହାରେ ଭାରତ ଛାଡ ଆନ୍ଦୋଳନରେ ସାମିଲ ହୋଇଥିଲେ। ସ୍ବାଧୀନତା ସଂଗ୍ରାମ ପାଇଁ ସେ କଟକ ଓ ବ୍ରହ୍ମପୁର ସେଣ୍ଟ୍ରାଲ ଜେଲରେ ୩ବର୍ଷ ୨ମାସ ଜେଲ ଦଣ୍ଡ ଭୋଗିଥିଲେ।

- Advertisement -

ସ୍ବର୍ଗତ ଦୋଳଗୋବିନ୍ଦଙ୍କର ୪ପୁଅ, ୩ଝିଅ ଓ ଧର୍ମପତ୍ନୀ ଅଛନ୍ତି। ସୋମବାର ଅପରାହ୍ନ ୫ଟା ସମୟରେ ପୈତୃକ ବାସଭବନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଅନେକ ସ୍ବାଧୀନତା ସଂଗ୍ରାମୀ, ବିଶିଷ୍ଟ ବ୍ୟକ୍ତି ବିଶେଷ ଓ ରାଜନେତା ତାଙ୍କର ଶେଷ ଦର୍ଶନ କରିଛନ୍ତି।

 

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories