www.samajalive.in
Wednesday, December 10, 2025
26.1 C
Bhubaneswar

ଗଣତନ୍ତ୍ର ଦିବସ ପାଇଁ ମାର୍ଗଦର୍ଶିକା ଜାରି, ଅତିଥିଙ୍କ ଭାଷଣରେ ରହିବନି ସରକାରୀ ସଫଳତାର ଚିତ୍ର

ଭୁବନେଶ୍ବର: ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଗଣତନ୍ତ୍ର ଦିବସ ପାଳନ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ନିର୍ବାଚନ କମିଶନରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି ଯେ ଏଥର ଗଣତନ୍ତ୍ର ଦିବସରେ ଯୋଗଦେଇଥିବା ଅତିଥିଙ୍କ ଭାଷଣରେ ସରକାରୀ ସଫଳତାର ଚିତ୍ର ରହିବ ନାହିଁ। ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ କେହି ବି ସରକାରୀ ସଫଳତା କହିବେନାହିଁ। ସେମାନେ କେବଳ ରାଷ୍ଟ୍ର, ସ୍ବାଧୀନତା ସଂଗ୍ରାମୀ, ସହିଦଙ୍କ ସମ୍ପର୍କରେ ଭାଷଣ ଦେଇପାରିବେ। କୌଣସି ମନ୍ତ୍ରୀ ବା ରାଜନୈତିକ କର୍ମକର୍ତ୍ତା ନିଜ ଜିଲାରେ ଅତିଥି ହୋଇପାରିବେ ନାହିଁ। ସରକାରୀ ଯୋଜନା ଓ ସଫଳତାର ଚିତ୍ର ବହନ କରୁଥିବା ପ୍ରଜ୍ଞାପନ ମେଢ଼ ମନା। ତେବେ କେବଳ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ହୋଇପାରିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ମାର୍ଗଦର୍ଶିକାରେ ଦର୍ଶାଯାଇଛି।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପରିପ୍ରେକ୍ଷୀରେ ଚଳିତ ସାଧାରଣତନ୍ତ୍ର ଦିବସ-୨୦୨୨ ପାଳନ ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବାରୁ ଏବଂ ଏହି ସମୟ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପଡ଼ୁଥିବାରୁ ନିର୍ବାଚନ ଅବଧି ମଧ୍ୟରେ ସାଧାରଣତନ୍ତ୍ର କିପରି ଭାବେ ପାଳନ କରାଯିବ ସେଥି ନେଇ ଏକ ମାର୍ଗଦର୍ଶିକାକୁ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମାନ୍ୟବର ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସମସ୍ତ କ୍ୟାବିନେଟ୍‌ ଓ ରାଷ୍ଟ୍ରପାହ୍ୟା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ସମସ୍ତ ଆର୍‌ଡ଼ିସି ଏବଂ ସମସ୍ତ ଜିଲାପାଳଙ୍କୁ ପତ୍ର ପ୍ରେରଣ କରାଯାଇଛି।
ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି ଯେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ କ୍ୟାବିନେଟ୍‌ ପାହ୍ୟା, ରାଷ୍ଟ୍ରପାହ୍ୟା ମନ୍ତ୍ରୀ ସାଧାରଣତନ୍ତ୍ର ଦିବସରେ ଅତିଥି ଭାବେ ଯୋଗଦେଉଥିବା ବେଳେ ତାଙ୍କ ଭାଷଣ କେବଳ ରାଷ୍ଟ୍ର, ସ୍ୱାଧୀନତା ସଂଗ୍ରାମୀ, ଶହୀଦ ଏବଂ ରାଷ୍ଟ୍ରର ଜୟଗାନ ମଧ୍ୟରେ ସୀମିତ ରହିବ । ଏଥିରେ କୌଣସି ପ୍ରକାର ସରକାରୀ ସଫଳତାର କାହାଣୀ କିମ୍ବା ଯୋଜନାର ସଫଳତା ସଂପର୍କରେ ଉଲ୍ଲେଖ ରହିବ ନାହିଁ । ଏଥି ସହିତ କ୍ୟାବିନେଟ୍‌ ତଥା ରାଷ୍ଟ୍ରପାହ୍ୟା ମନ୍ତ୍ରୀ କିମ୍ବା ରାଜନୈତିକ କର୍ମକର୍ତ୍ତା ନିଜର ଜିଲ୍ଲାରେ ଅତିଥି ଭାବେ ଯୋଗଦେଇ ପାରିବେ ନାହିଁ।
ଚଳିତ ସାଧାରଣତନ୍ତ୍ର ଦିବସରେ ସରକାର କିମ୍ବା ବିଭିନ୍ନ ବିଭାଗ ଦ୍ୱାରା ସରକାରୀ ଯୋଜନା ଓ ସଫଳତାର ଚିତ୍ର ବହନ କରୁଥିବା ପ୍ରଜ୍ଞାପନ ମେଢ଼କୁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ନିଷିଦ୍ଧ ଘୋଷଣା କରାଯାଇଛି।
ଏଥି ସହିତ ସାଧାରଣତନ୍ତ୍ର ଦିବସ ଅବସରରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଗଣ, ରାଜନୈତିକ କର୍ମକର୍ତ୍ତା କୌଣସି ପ୍ରକାର ସରକାରୀ ସଫଳତା ସଂପର୍କିତ ଭାଷଣ ଦେଇପାରିବେ ନାହିଁ ।
ତେବେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ପାଳନ ଯଥାରୀତି ଅନୁଷ୍ଠିତ ହୋଇପାରିବ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ମାଧ୍ୟମରେ ସୂଚନା ଦିଆଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories