www.samajalive.in
Monday, December 8, 2025
13.1 C
Bhubaneswar

ବୋଲେରୋ ଧକ୍କାରେ ସ୍କୁଟି ଆରୋହୀଙ୍କ ଶୋଚନୀୟ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆ ଛକ ନିକଟରେ ଆଜି ସକାଳୁ ବୋଲେରୋ ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ଉତେଜନା ଲାଗିରହିଥିବା ବେଳେ ଉତ୍ୟକ୍ତ ଲୋକମାନେ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ  ପହଞ୍ଚି ଉତ୍ୟକ୍ତ ଲୋକଙ୍କ ସହ ଆଲୋଚନା ଜାରି ରଖିଛି ।
ସୂଚନା ଅନୁଯାୟୀ ଆଜି ସକାଳେ ତୁରୁମୁଙ୍ଗାର ନାଗେଶ୍ଵର ସାହୁ ନାମକ ଜଣେ ବ୍ୟକ୍ତି ସ୍କୁଟି ଯୋଗେ ନିହ୍ନୁଆ ଛକ ନିକଟରେ ରାସ୍ତା ପାରି ହେଉଥିବା ସମୟରେ ଯଶିପୁର ରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ ବୋଲେରୋ ତାଙ୍କୁ ଧକ୍କା ଦେଇଥିଲା । ସେଠାରୁ ତାଙ୍କୁୁ ପ୍ରଥମେ ତୁରୁମୁଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଦୁର୍ଘଟଣା ଘଟାଇଥିବା ବୋଲେରୋଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ରାଜପଥର ଉଭୟ ପାଶ୍ୱର୍ରେ ଶହ ଶହ ଯାନବାହନ ଅଟକି ରହିଛି ।

Hot this week

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

Related Articles

Popular Categories