www.samajalive.in
Sunday, December 7, 2025
26.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଦୁଇ ମୃତ

ଭଦ୍ରକ : ଚାନ୍ଦବାଲି ରାସ୍ତାରେ ଇଚ୍ଛା ପୁର ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ଯୁବକ ବାଇକରେ ଘରକୁ ଫେରିବା ବେଳେ ପଛ ଆଡୁ ହାଇୱା ପିଟିବା ପରେ ଘଟଣାସ୍ଥଳରେ ଚାଲିଗଲା ଦୁଇ ଯୁବକଙ୍କ ଜୀବନ । ଦୁଇ ଯୁବକ ବାଇକରେ ଘରକୁ ଫେରିବା ବେଳେ ଦୁର୍ଘଟଣା ଘଟିଛି। ମୃତକ ବୋଡ଼କ ଗାଁ ର ପ୍ରିୟ ରଞ୍ଜନ ସାମଲ ଓ ବିକାଶ ପତି ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ ଭଦ୍ରକ ଚାନ୍ଦବାଲି ରାସ୍ତାରେ ଇଚ୍ଛାପୁର ଓ ବାରିକଛକ ମଝିରେ ଥିବା ପୋଲ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।   ଦୁଇ ଜଣ ବାଇକ ଯୋଗେ ତିହିଡି ଅଭିମୁଖେ ଯାଉଥିବା ବେଳେ ଏକ ହାଇୱା ଦ୍ରୁତ ଗତି ରେ ଆସି ପଛ ଆଡୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଘଟଣା ସ୍ଥଳରେ  ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବ ବ୍ୟବଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛି। ପୁଲିସ ଅଧିକ ତଦନ୍ତ ଜାରି ରଖିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories