www.samajalive.in
Monday, December 15, 2025
27.1 C
Bhubaneswar

ମିଶ୍ରଣ ପର୍ବ: ବିଜେପିରେ ସାମିଲ ହେଲେ ପଂଚାୟତରାଜ ବିଭାଗର ପୂର୍ବତନ ଅତିରିକ୍ତ ଶାସନ ସଚିବ ବିନୋଦ କୁମାର ପଣ୍ଡା

ଭୁବନେଶ୍ୱର:ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ବିଭାଗର ପୂର୍ବତନ ଅତିରିକ୍ତ ଶାସନ ସଚିବ ବିନୋଦ କୁମାର ପଣ୍ଡା ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି। ତାଙ୍କ ସହ ଅର୍ଥନୀତି କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ଯୁବ ଅର୍ଥନୈତିଜ୍ଞ ମମତା ପଣ୍ଡା ଓ ସୌଭାଗ୍ୟବତୀ ନାୟକ ମଧ୍ୟ ବିଜେପିରେ ଯୋଗଦାନ କରିଛନ୍ତିି। ରାଜ୍ୟ ସଭାପତି ସମୀର ମହାନ୍ତି ନୂତନ ଭାବେ ବିଜେପିରେ ସାମିଲ ହୋଇଥିବା ଏହି ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ବୁଦ୍ଧିଜୀବି ପ୍ରକୋଷ୍ଠ ସଂଯୋଜକ ତଥା ବରିଷ୍ଠ ନେତା ସଜ୍ଜନ ଶର୍ମା, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ସମବାୟ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ପବିତ୍ର ଦାସ, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଅର୍ପିତା ଅପରାଜିତା ବଡଜେନା, ସଂଖ୍ୟାଲଘୁ ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ର.ଅବଦୁଲ ସଲାମ, ଅନୁସୁଚିତ ଜାତି ମୋର୍ଚ୍ଚା ରାଜ୍ୟ ସଂଯୋଜକ ଡ.ରବୀନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories