www.samajalive.in
Monday, December 8, 2025
27.1 C
Bhubaneswar

ଇଣ୍ଡିଆ ଗେଟରେ ନିର୍ମାଣ ହେବ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ: ଇଣ୍ଡିଆ ଗେଟରେ ନିର୍ମାଣ ହେବ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଟ୍ୱିଟରରେ ସୂଚନା ଦେଇଛନ୍ତି । ପୂର୍ବରୁ ଭାରତ ସରକାର ଇଣ୍ଡିଆ ଗେଟ ନିକଟରେ ଥିବା ଅମର ଯବାନ ଜ୍ୟୋତିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ । ଯାହା ଆଜିଠୁୂ କାର୍ଯ୍ୟକାରୀ ହେବ । ଆଜିଠାରୁ ଅମର ଯବାନ ଜ୍ୟୋତି ଜାତୀୟ ଯୁଦ୍ଧ ସ୍ମାରକରେ ଜଳିବ । ଭାରତ-ପାକିସ୍ତାନ ଯୁଦ୍ଧକୁ ୫୦ ବର୍ଷ ପୂରଣ ହୋଇଛି । ୫୦ ବର୍ଷ ପୂର୍ତ୍ତି ଅବସରରେ ଏପରି ଏକ ନିଷ୍ପତ୍ତି ନିଆଯାଇଥିଲା । ଟ୍ୱିଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଇଣ୍ଡିଆ ଗେଟ୍ ନିକଟରେ ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କର ଏକ ଭବ୍ୟ ପ୍ରତିମୂର୍ତ୍ତି ନିର୍ମାଣ କରାଯିବ । ଗ୍ରାନାଇଟରେ ନିର୍ମିତ ନେତାଜୀଙ୍କର ଏକ ଭବ୍ୟ ପ୍ରତିମୂର୍ତ୍ତି ଇଣ୍ଡିଆ ଗେଟ ନିକଟରେ ସ୍ଥାପନା ହେବାକୁ ଯାଉଛି । ନେତାଜୀଙ୍କ ପ୍ରତି ଦେଶବାସୀଙ୍କ ଏହା କୃତଜ୍ଞତା ହେବ । ନେତାଜୀଙ୍କ ଜୟନ୍ତି ଜାନୁଆରୀ ୨୩ରେ ଥିବାରୁ ଏକ ପ୍ରତିକାତ୍ମକ ପ୍ରତିମୂର୍ତ୍ତିକୁ ଅନାବରଣ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories