www.samajalive.in
Tuesday, December 9, 2025
16.1 C
Bhubaneswar

ପୁଣି ନବୀନ ନମ୍ବର ଓ୍ୱାନ – ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭବୁନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ଇଣ୍ଡିଆ ଟୁଡେ ପତ୍ରିକା ଦ୍ୱାରା କରାଯାଇଥିବା ସର୍ବେକ୍ଷଣରେ ନବୀନ ପଟ୍ଟନାୟକ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ବୋଲି ଦର୍ଶାଯାଇଛି । ଏହି ପତ୍ରିକା ଦ୍ୱାରା ‘ମୁଡ୍‌ ଅଫ୍‌ ଦି ନେସନ୍‌-୨୦୨୨’ ନାମକ ସର୍ବେକ୍ଷଣ କରାଯାଇଥିଲା । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୭୧.୧ ପ୍ରତିଶତ ରେଟିଂ ମିଳିଛି ।

୨୨ ବର୍ଷର ଶାସନ କାଳ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ସେହିପରି ଅକ୍ଷୁର୍ଣ୍ଣ ରହିଛି । ଅଧିକାଂଶ ଲୋକ ତାଙ୍କ କାର୍ଯ୍ୟକଳାପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି । ବାତ୍ୟା ମୁକାବିଲା ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା , ଲୋକଙ୍କୁ ବିଭିନ୍ନ ସରକାରୀ ଯୋଜନାରେ ଫାଇଦା ଯୋଗାଇ ଦେବାରେ ସେ ଲୋକପ୍ରିୟତା ହାସଲ କରିଛନ୍ତି । ଏହି ସର୍ବେକ୍ଷଣରେ ଦେଶର ୯ ଜଣ ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ନାମକୁ ସାମିଲ କରାଯାଇଥିଲା । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ଓ୍ୱାନ ବା ପ୍ରଥମ ସ୍ଥାନ ହାସଲ କରିଛନ୍ତି।

- Advertisement -

ଦ୍ୱିତୀୟ ସ୍ଥାନରେ ରହିଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କୁ ୬୯.୯ ପ୍ରତିଶତ ଲୋକ ପସନ୍ଦ କରିଛନ୍ତି । ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ ତୃତୀୟ ଏବଂ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଚତୁର୍ଥ ସ୍ଥାନରେ ରହିଛନ୍ତି । କେରଳର ମୁଥ୍ୟମନ୍ତ୍ରୀ ପିନରାୟ ବିଜୟନ ପଞ୍ଚମ . ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଷଷ୍ଠ , ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସପ୍ତଂ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଅଷ୍ଟମ ସ୍ଥାନରେ ରହିଛନ୍ତି । ବିଜେପି ଶାସିତ ରାଜ୍ୟ ମଧ୍ୟରୁ କେବଳ ଆସାମ ମୁଖ୍ୟମନ୍ତ୍ରୀ ଏହି ତାଲିକାରେ ସ୍ଥାନ ପାଇଛନ୍ତି ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories