www.samajalive.in
Monday, December 8, 2025
13.1 C
Bhubaneswar

ମଙ୍ଗଳବାର ରାଶିଫଳ ୨୫.୦୧.୨୦୨୨

ମେଷ: ବନ୍ଧୁ ମିଳନରେ ସମସ୍ୟାର ସମାଧାନ ହେବ। ବ୍ୟବସାୟ ଲାଭଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଶାନ୍ତି ଦାୟକ ହେବ।
ବୃଷ: ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‌ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ।
ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ସହାୟିକା ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।
କର୍କଟ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃର୍ଷିକର୍ମରୁ ଲାଭପ୍ରାପ୍ତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ସିଂହ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କର ଆଦରଣୀୟ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କଠାରୁ ସହାୟତା ମିଳିବ। ଧନାଗମ ହେବ।
ତୁଳା: ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣ ​କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।​‌
ବିଛା: କାର୍ଯ୍ୟରେ କେହି ବିଘ୍ନ ଉପୁଜାଇବାକୁ ଚେଷ୍ଟାକରି ବିଫଳ ହୋଇପାରନ୍ତି। ବିବାହ ଓ ଯୁଦ୍ଧଯାତ୍ରା ପାଇଁ ସମୟ ଅନୁକୂଳ ରହିଛି। ସାଧନାର ପ୍ରଥମ ସୋପାନ ଏକାନ୍ତବାସ ଇଚ୍ଛା କରିବେ। ବ୍ୟୟବୃଦ୍ଧି ହେବ।
ଧନୁ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ଅସାଧ୍ୟ ସାଧନ କରିପାରନ୍ତି।
ମକର: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛାଭାବ ରହିବ।
କୁମ୍ଭ: ଭାଗ୍ୟଶାଳୀ ହେବେ। ମିଳୁଥିବା ଭୋଗବିଳାସକୁ ପଛରେ ପକାଇ କର୍ତ୍ତବ୍ୟ ପରାୟଣ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି।
ମୀନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories