www.samajalive.in
Friday, December 12, 2025
16.1 C
Bhubaneswar

ରାଜ୍ୟରେ ଆଉ ୫ହଜାର ୯୦୧କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୫ହଜାର ୯୦୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩, ୪୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୨, ୪୮୨ ଜଣ ରହିଛନ୍ତି । ସେହିପରି ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୭୩୯ ପଜିଟିଭ୍ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧, ୪୩୦ ଆକ୍ରାନ୍ତ ଚିହ୍ନଟ ହୋଇଛି । ଅନୁଗୁଳରୁ ୯୩, ବାଲେଶ୍ୱର ୩୦୦, ବରଗଡ ୧୦୨, ଭଦ୍ରକ ୯୬, ବଲାଙ୍ଗିର ୧୮୪, ବୌଦ୍ଧ ୭୮, କଟକ ୪୦୨, ଦେବଗଡ ୮୯, ଢେଙ୍କାନାଳ ୭୩, ଗଜପତିରୁ ୬୯ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୯୫, ଜଗତସିଂହପୁର ୮୨, ଯାଜପୁର ୧୯୧, ଝାରସୁଗୁଡା ୬୩, କଳାହାଣ୍ଡି ୧୬୮, କନ୍ଧମାଳ ୮୬, କେନ୍ଦ୍ରାପଡା ୧୪୪, କେନ୍ଦୁଝରରେ ୧୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ କୋରାପୁଟ ୬୪, ମାଲକାନଗିରି ୫୫, ମୟୁରଭଞ୍ଜ ୧୪୯, ନବରଙ୍ଗପୁର ୧୧୩, ନୟାଗଡ ୧୮୦, ନୂଆପଡା ୧୮୯, ପୁରୀ ୧୧୭, ରାୟଗଡା ୧୦୧, ସମ୍ବଲପୁର ୧୩୮, ସୋନପୁର ୮୬, ସୁନ୍ଦରଗଡ ୫୪୫ ଷ୍ଟେଟପୁଲରୁ ୨୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୦,୦୭୮ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୧ଲକ୍ଷ ୫୨ହଜାର ୨୩୯ ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୩୧ହଜାର ୧୬୯କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦ହଜାର ୩୨୭ ଜଣ ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories