www.samajalive.in
Monday, December 8, 2025
24.1 C
Bhubaneswar

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱ୍ୱର: ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍‍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ଦିଆଯାଇଛି । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ହୋଇଛି । ଭୁବନେଶ୍ୱର ଓ ବ୍ରହ୍ମପୁର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ହେଲେ କଟକ ମେୟର ଆସନ ଅଣ ସଂରକ୍ଷିତ ରଖାଯାଇଛି । ଭୁବନେଶ୍ୱ୍ୱରର ୬୭ଟି ୱାର୍ଡ, କଟକର ୫୯ଟି ୱାର୍ଡ ଓ ବ୍ରହ୍ମପୁରର ୪୨ଟି ୱାର୍ଡରେ ନିର୍ବାଚନ ହେବ । ଭୁବନେଶ୍ୱରର ୨ ଓ ୩୪ ଓ ୧୩ ନମ୍ବର ୱାର୍ଡ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ସେହିପରି ୩୬, ୧୮ ଓ ୨୧ ନମ୍ବର ୱାର୍ଡ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରଖାଯାଇଛି । ୨୨ ଓ ୨୬ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ ୮ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ରହିଛି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories