www.samajalive.in
Friday, December 12, 2025
15.1 C
Bhubaneswar

ଢଁସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବାଙ୍କୀ: ବାଙ୍କୀ-ଡମପଡା ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧିନ ଢଁସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ସଂକ୍ଷିପ୍ତ ଭାବରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଅଶୋକ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରଘୁନାଥ ପଣ୍ଡା ଯୋଗଦେଇ ବିଦ୍ୟାର୍ଥୀ ମାନଙ୍କୁ ପୋଷାକ ବାଣ୍ଟିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପଞ୍ଚାନନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିଚାଳନା କମିଟି ସଭାପତି ଲକ୍ଷ୍ମୀଧର ବିଶ୍ୱାଳ, ଉପସଭାପତି ମିନତୀ ପ୍ରଧାନ, ସଭ୍ୟ ଅଂଶୁମାନ କବି, ଅନ୍ତର୍ଯ୍ୟାମୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଗୁଣାତ୍ମକ ଶିକ୍ଷା ପ୍ରତି ବିଦ୍ୟାର୍ଥୀମାନେ ଆକୃଷ୍ଟ ହେବାରେ ବିଦ୍ୟାର୍ଥୀଙ୍କୁ ପୋଷାକ ପ୍ରଦାନ ଏକ ଉତ୍ସାହଜହକ କାର୍ଯ୍ୟକ୍ରମ ବୋଲି ପରାମର୍ଶ ଦେଇଥିଲେ। ସହକାରୀ ଶିକ୍ଷକ ସନ୍ତୋଷ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷାବର୍ଷ ୨୦୨୧-୨୨ ପାଇଁ ଏହି ପୋଷାକ ବଣ୍ଟନ କରାଯାଇଥିବା ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories