ପିପିଲି:ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ବାଇପାସ ରାସ୍ତାର ଦାଣ୍ଡମୁକୁନ୍ଦପୁର ନିକଟରେ ସୋମବାର ସକାଳେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ଜଣେ ଅପରିଚିତ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଏକ ଆକାଶିଆ ରଙ୍ଗର ଲୁଙ୍ଗି ପିନ୍ଧିଥିବାବେଳେ ତାଙ୍କ ବୟସ ୫୦ରୁ ୫୫ ମଧ୍ୟରେ ହୋଇଥିବା ପୁଲିସ ଅନୁମାନ କରୁଛି। କୌଣସି ଏକ ଅଜଣା ଗାଡି ଉକ୍ତ ବ୍ୟକ୍ତିଙ୍କୁ ଧକ୍କା ଦେବା ସହ ତାଙ୍କ ମୁଣ୍ଡ ଉପରେ ଚଢି ଯାଇଥିଲା। ଫଳରେ ମୃତକଙ୍କ ମୁଣ୍ଡ ସଂପୂର୍ଣ୍ଣ ଭାବେ ଫାଟିଯାଇ ପ୍ରଚୁର ରକ୍ତସ୍ରାବ ହେବା ସହ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା। ଏ ସଂପର୍କରେ ଖବର ପାଇ ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇ ଘଟଣାର ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି। ମୃତକଙ୍କ ମୁଁହର ସମ୍ମୁଖଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ତାଙ୍କୁ ଚିହ୍ନିବା କଷ୍ଟକର ହୋଇଛି। ମୃତକଙ୍କ ପରିଚୟ ଜାଣିବା ପାଇଁ ତଦନ୍ତକାରୀ ଅଧିକାରୀ ଏସ୍ଆଇ ସୁରମା ସ୍ୱାଇଁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି।
Popular Categories



