www.samajalive.in
Monday, December 8, 2025
17.1 C
Bhubaneswar

ଦେଶରେ ଗୋଟିଏ ଦିନରେ ଆଉ ୧, ୧୯୨ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ହେଲେ ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧, ୧୯୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବହୁଦିନ ପରେ ଆଜି ଦେଶରେ ୨ ଲକ୍ଷ ତଳକୁ ଖସିଛି କରୋନା ଦୈନିକ ମାମଲା । ଗୋଟିଏ ଦିନରେ ଦେଶରେ ଆଉ ୧,୬୭,୦୫୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ୨,୫୪,୦୭୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ, ଦେଶରେ କରୋନା ସକ୍ରିୟ ମାମଲା ୧୭,୪୩,୦୫୯ ରହିଛି । ସଂକ୍ରମର ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ୧୧.୬୯% ରହିଛି । କରୋନାକୁ ମାତ୍‍ ଦେବାକୁ ଦେଶରେ ଜାରି ରହିଛି ଟିକାକରଣ । ଦେଶରେ ଏଯାଏ ୧,୬୬,୬୮,୪୮,୨୦୪ ଲୋକ କରୋନା ଟିକା ନେଇସାରିଲେଣି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories