www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଆଉ ୩ ହଜାର ୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ ।  ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ହଜାର ୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧, ୭୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୨୮୯ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୪୫୪ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୨, ବାଲେଶ୍ୱର ୭୬, ବରଗଡ ୩୬, ଭଦ୍ରକ ୭୭, ବଲାଙ୍ଗିର ୭୬, ବୌଦ୍ଧ ୧୬, କଟକ ୩୨୫, ଦେବଗଡ ୬୯, ଢେଙ୍କାନାଳ ୭୧, ଗଜପତିରୁ ୬୩ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୪୬, ଜଗତସିଂହପୁର ୭୪, ଯାଜପୁର ୧୪୯, ଝାରସୁଗୁଡା ୬୯, କଳାହାଣ୍ଡି ୭୭, କନ୍ଧମାଳ ୨୪, କେନ୍ଦ୍ରାପଡା ୪୯, କେନ୍ଦୁଝରରେ ୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୪୪, ମାଲକାନଗିରି ୩୦, ମୟୁରଭଞ୍ଜ ୧୦୯, ନବରଙ୍ଗପୁର ୮୪, ନୟାଗଡ ୧୧୦, ନୂଆପଡା ୧୦୬, ପୁରୀ ୪୨, ରାୟଗଡା ୪୦, ସମ୍ବଲପୁର ୭୫, ସୋନପୁର ୩୫, ସୁନ୍ଦରଗଡ ୨୧୬ ଷ୍ଟେଟପୁଲରୁ ୧୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮,୧୮୧ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୧ହଜାର ୫୪୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୫୨ହଜାର ୩୨୬କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୨ ହଜାର ୯୮ ଜଣ ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories