www.samajalive.in
Saturday, December 13, 2025
14.1 C
Bhubaneswar

ଭାରତ-ବାଂଲାଦେଶ ମୈତ୍ରୀ ପାଇପ୍‍ଲାଇନ୍‍ ନିର୍ମାଣ ପ୍ରକଳ୍ପର ଶୁଭାରମ୍ଭ ଆଜି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‍ ହାସିନା ମଙ୍ଗଳବାର ମିଳିତ ଭାବେ ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ଭାରତ-ବାଂଲାଦେଶ ମୈତ୍ରୀ ପାଇପ୍‍ଲାଇନ୍‍ ନିର୍ମାଣ ପ୍ରକଳ୍ପର ଶୁଭାରମ୍ଭ କରିବେ। ପେଟ୍ରୋଲିୟମ ଓ ପ୍ରାକୃତିକ ବାସ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଏହି ପ୍ରକଳ୍ପ ଭାରତ ଓ ବାଂଲାଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ। ଚଳିତ ବର୍ଷ ଏପ୍ରିଲ ମାସରେ ବୈଦେଶିକ ସଚିବ ବିଜୟ ଗୋଖଲେଙ୍କ ଢ଼ାକା ଗସ୍ତ ସମୟରେ ଦୁଇଦେଶ ମଧ୍ୟରେ ପାଇପ୍‍ଲାଇନ୍‍ ନିର୍ମାଣ ସଂକ୍ରାନ୍ତ ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା। ୧୩୦ କିଲୋମିଟର ଦୀର୍ଘ ଏହି ପାଇପ୍‍ଲାଇନ୍‍ ଭାରତର ପଶ୍ଚିମବଙ୍ଗର ସିଲିଗୁଡି ଏବଂ ବାଂଲାଦେଶର ଦୀନଜପୁର ଜିଲ୍ଲାର ପାର୍ବତୀପୁରକୁ ସଂଯୁକ୍ତ କରିବ। ଏହି ପ୍ରକଳ୍ପ ପାଇଁ ୩୪୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବାବେଳେ ଏହାକୁ ୩୦ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories