www.samajalive.in
Wednesday, December 10, 2025
23.1 C
Bhubaneswar

ଯୁବକଙ୍କ ଆତ୍ମହତ୍ୟା, ମୃତଦେହ ଉଦ୍ଧାର କଲା ପୁଲିସ

ଗଞ୍ଜାମ: ଗଞ୍ଜାମ ଥାନା ଅନ୍ତର୍ଗତ ବନ୍ଦର ସାହିର ସୁମୁନାଥ ଗୌଡ଼(୨୩) ନାମକ ଯୁବକ ପାଇଖାନାରେ ବେକରେ ଲୁଙ୍ଘି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ ଶୁଭେନ୍ଦୁ କୁମାର ସାହୁ, ସେକେଣ୍ଡ ଅଫିସର ଅଜିତ କୁମାର ପରିଡା, ମହିଳା ଏସଆଇ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଝୁଲନ୍ତା ଅବସ୍ଥାରେ ମୁତ ଦେହ ଉଦ୍ଧାରସହ ମୃତଦେହକୁ ଜବତ କରିଛନ୍ତି। ଏଥିସହ ଛତ୍ରପୁର ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ଘଟଣାର ଛାନଭିନ୍ ଆରମ୍ଭ କରିଛି। ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ଏନେଇ ଗଞ୍ଜାମ ଥାନାରେ ଏକ ଅପମୃତ ମାମଲା ରୁଜୁ ହୋଇଥିବା ଜଣାପଡିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ସୂଚନା ଯୋଗ୍ୟ ଯେ ଯୁବକ ଜଣକ ବେଙ୍ଗଲୁରରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ଗତକାଲି ସେ ଘରକୁ ଆସିଥିଲେ। ମୃତ ଯୁବକଙ୍କ ବାପାମା’ଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଘରେ ଜେଜେମା ଓ ଜଣେ ଅବିବାହିତ ଭଉଣୀ ଅଛନ୍ତି। ଜେଜେ ମା’ଙ୍କୁ ଅଣ୍ଡା ଆଣିବାକୁ କହି ପାଇଖାନାକୁ ଯାଇ ସେ ଆତ୍ମହତ୍ୟା କରିଥିବା ଜେଜେମା ପ୍ରକାଶ କରିଛନ୍ତି।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories