www.samajalive.in
Monday, December 8, 2025
27.1 C
Bhubaneswar

ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶା ମଧ୍ୟକୁ ବଙ୍ଗୋପସାଗରରୁ ଉଷ୍ଣ ଜଳୀୟବାଷ୍ପ ପ୍ରବାହ -ଆସନ୍ତା ୩ ଓ ୪ ତାରିଖରେ ଅଧା ଓଡ଼ିଶାରେ ବର୍ଷା, କୁଆପଥର ମାଡ଼

ଭୁବନେଶ୍ବର (ନି.ପ୍ର): ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶା ମଧ୍ୟକୁ ବଙ୍ଗୋପସାଗରରୁ ଉଷ୍ଣ ଜଳୀୟବାଷ୍ପ ପ୍ରବାହ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେତେକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ହେବା ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ୪ରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

ଉତ୍ତର ଓଡ଼ିଶାର ଅବଶିଷ୍ଟ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ସୋନପୁର ଏବଂ ବଲାଙ୍ଗୀର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାର ଅବଶିଷ୍ଟ ଜିଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୫ରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

- Advertisement -

ଅପରପକ୍ଷେ ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧିପାଉଛି। ଆଜି ଫୁଲବାଣୀରେ ୮ ଡିଗ୍ରୀ, ଦାରିଙ୍ଗବାଡିରେ ୯ ଡିଗ୍ରୀ, ଭୁବନେଶ୍ବରରେ ୧୪.୪ ଡିଗ୍ରୀ ଏବଂ କଟକରେ ୧୪ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହେବାକୁ ଥିବାବେଳେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ନୟାଗଡ ଏବଂ କଟକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories