www.samajalive.in
Sunday, December 7, 2025
13.1 C
Bhubaneswar

ବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ

ଭୁବନେଶ୍ବର : ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିନୋଦ କୁମାରଙ୍କୁ ଚାକିରୀ ରୁ ବରଖାସ୍ତ କରିଛନ୍ତି। ଶ୍ରୀ କୁମାର ଙ୍କୁ ଚାକିରୀ ରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ ଯେ ଶ୍ରୀ କୁମାର ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଂଜୁର କରିଥିଲେ । ଯାହାଦ୍ବାରା ରାଜ୍ୟ ସରକାରଙ୍କର ବିପୁଳ ଆର୍ଥିକ କ୍ଷତି ହୋଇଥିଲା । ସେଥିପାଇଁ ଶ୍ରୀ କୁମାରଙ୍କ ବିରୁଦ୍ଧରେ ଓଡିଶା ସରକାର ୨୭ଟି ଭିଜିଲାନ୍‌ସ କେସ୍‌ ଦାୟର କରିଥିଲେ । ତନ୍ମଧ୍ୟରୁ ଦୁଇଟି କେସ୍‌ରେ ଶ୍ରୀ କୁମାର ଦୋଷୀ ସାବସ୍ତ ହୋଇଛନ୍ତି ।

- Advertisement -

ରାଜ୍ୟ ସରକାର ସବୁବେଳେ ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଆସିଛନ୍ତି । ଦୁର୍ନୀତି କରିଥିବା ବ୍ୟକ୍ତିମାନେ ଯେତେ ଉଚ୍ଚ ପଦପଦବୀରେ ଥାନ୍ତୁ ନା କାହିଁକି, ସେମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ବଦ୍ଧପରିକର । କିଛି ଦିନ ତଳେ ଦୁର୍ନୀତି ଅଭିଯୋଗରେ ସର୍ଵ ଭାରତୀୟ ସେବା ର ଜଣେ ବରିଷ୍ଠ ଜଂଗଲ ସେବା ଅଧିକାରୀଙ୍କୁ ମଧ୍ୟ ଚାକିରୀରୁ ବରଖାସ୍ତ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories