www.samajalive.in
Saturday, December 13, 2025
15.1 C
Bhubaneswar

୯ ଜିଲାକୁ କୁଆପଥର ବର୍ଷା ସତର୍କତା

ଭୁବନେଶ୍ବର : ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା ଏବଂ ପୁରୀ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କ ସୂଚନା ଦିଆଯାଇଛି।
ଗୁରୁବାର ଭୋରୁ ବାଲେଶ୍ବର, ଯାଜପୁର ଏବଂ ଗୋପାଳପୁର ଅଞ୍ଚଳରେ ଘନ କୁହୁଡି ହୋଇଥିଲା। ରାତି ତାପମାତ୍ରା ବୃଦ୍ଧି ପାଇବା ହେତୁ ସମସ୍ତ ସ୍ଥାନରେ ପାରଦ ୧୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ଦାରିଙ୍ଗବାଡିରେ ୧୦ ଡିଗ୍ରୀ, ଫୁଲବାଣୀରେ ୧୦.୭ ଡିଗ୍ରୀ, ଭୁବନେଶ୍ବରରେ ୧୮ ଡିଗ୍ରୀ ଏବଂ କଟକରେ ୧୭.୫ ଡିଗ୍ରୀ ପାରଦ ରହିଛି। ପାଣିପାଗ ବିଭାଗର ଆକଳନ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ୩ ରୁ ୪ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ସ୍ବାଭାବିକଠାରୁ ତାପମାତ୍ରା ଖସି ଆସିବା ଦ୍ବାରା ଶୀତ ପ୍ରକୋପ ବୃଦ୍ଧି ପାଇବାର ସମ୍ଭାବନା ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଶୁକ୍ରବାର ରାତିରେ ଉଭୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ରୁ ୫ ଡିଗ୍ରୀ କମି ପରବର୍ତ୍ତୀ ତିନି ଦିନରେ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣରେ ତାପମାତ୍ରା ଅପରିବର୍ତ୍ତିତ ରହିପାରେ। ଆଭ୍ୟନ୍ତରୀଣ ଓ ଦକ୍ଷିଣରେ କ୍ରମଶଃ ବଢ଼ିବ। ସୋମବାର ସୁଦ୍ଧା ପ୍ରାୟ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ଭୁବନେଶ୍ବର ସମେତ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳରେ ଶୁକ୍ରବାର ଓ ଶନିବାର ସର୍ବନିମ୍ନ ତାପମାତ୍ରା ୩ ରୁ ୪ ଡିଗ୍ରୀ କମିବ। ସୋମବାରରୁ ପୁଣି କ୍ରମଶଃ ବଢ଼ିବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁରରେ ଶୁକ୍ରବାର ରାତିରେ କୁହୁଡ଼ି ପଡିବ। ଉତ୍ତର ଓଡ଼ିଶାରେ ଶୁକ୍ରବାର ରାତିରେ କୁହୁଡ଼ି ବଢ଼ିବ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories