www.samajalive.in
Monday, December 8, 2025
24.1 C
Bhubaneswar

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ହେଉଛି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହାସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଉତ୍କଳଗୌରବ ମଧୁସୂଦନ ଦାସ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ଏବଂ ଓଡିଆ ଜାତିର ସ୍ୱାଭିମାନ। ମଧୁସୂଦନ ଦାସ ବିଖଣ୍ଡିତ ଓଡିଶାକୁ ଏକତ୍ର କରି ବ୍ରିଟିଶ ସରକାରଙ୍କ ପାଖରୁ ଓଡିଶାର ହୃଦଗୌରବ ଫେରାଇ ଆଣିବାକୁ ସ୍ୱପ୍ନ ଦେଖିଥିଲେ। ତାଙ୍କର ଉଦ୍ୟମରେ ହିଁ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସାକାର ହୋଇଥିଲା। ୧୮୪୮ ମସିହା ଏପ୍ରିଲ ୨୮ ତାରିଖରେ କଟକରୁ ୨୦ କିଲୋମିଟର ଦୂର ସତ୍ୟଭାମାପୁର ଗ୍ରାମରେ ମଧୁସୂଦନ ଦାସ ଜନ୍ମଗ୍ରହଣ କରିଥିଲେ। ୧୯୩୪ ମସିହା ଫେବ୍ରୁଆରୀ ୪ ତାରିଖରେ ମଧୁବାବୁ ଇହଲୀଳା ତ୍ୟାଗ କରିଥିଲେ। ତାଙ୍କର ଅସାଧାରଣ ବୁଦ୍ଧି,ବଦାନ୍ୟତା, ମାତୃଭାଷା ପ୍ରେମ,ରାଜ୍ୟ ସ୍ୱତନ୍ତ୍ରତା ପାଇଁ ପ୍ରଚେଷ୍ଟା ଓ ଶିଳ୍ପାୟନ ଉଦ୍ୟମକୁ ସର୍ବଦା ସ୍ମରଣୀୟ ହୋଇ ରହିବ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories