www.samajalive.in
Sunday, December 7, 2025
13.1 C
Bhubaneswar

କଂଗ୍ରେସଦଳର ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟନ

କଲ୍ୟାଣସିଂହପୁର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ  କଂଗ୍ରେସ ଦଳ ପକ୍ଷରୁ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟନ କରାଯାଇଛି । ଏ ଅବସରରେ ରାୟଗଡା ଜିଲା କଂଗ୍ରେସ ଦଳର ସଭାପତି ଦୁର୍ଗା ପ୍ରସାଦ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ଜିଲା ଉପସଭାପତି ଶଙ୍କର୍ଷଣ ମଙ୍ଗରାଜ,ବିଷମକଟକର ଯୁବ ସଭାପତି ନୀଳମାଧବ ଉଲ୍ଲକା, ସାଂସଦ ପ୍ରତିନିଧି କୁମାର ସ୍ୱାମୀ କୌଶଲ୍ୟା, ବରିଷ୍ଠ କଂଗ୍ରେସ ନେତା ଆପୁଲୁ ସ୍ୱାମୀ କୌଶଲ୍ୟା, ସମେତ ନିର୍ବାଚନରେ ପ୍ରାର୍ଥୀ ‘କ’ ଜୋନର ଜିଲାପରିଷଦ ସଦସ୍ୟ ଅଶ୍ୱିନୀ କୁମାର ମହାପାତ୍ର, ସରପଞ୍ଚ ପ୍ରାର୍ଥୀ ଗୌତମ ବାର୍ଲି,ସମିତି ସଭ୍ୟା ସସ୍ମିତା କାଡ୍ରାକା ପ୍ରମୁଖ ମଞ୍ଚାସିନ ରହିଥିଲେ । ମୁଖ୍ୟ ଅତିଥି ଙ୍କ ଦ୍ଵାରା ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟନ କରିଥିଲେ । ଚଳିତ ନିର୍ବାଚନରେ ବାଜିମାତ ନେଇ ସେ ବିଷୟରେ ଆଲୋଚନା କରିଥିଲେ । ଏଥିରେ ବହୁ ସଂଖ୍ୟକ ଦଳୀୟ କର୍ମୀ ନେତା ସମେତ ୱାର୍ଡ ସଦସ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories