www.samajalive.in
Tuesday, December 9, 2025
16.1 C
Bhubaneswar

ଭିନ୍ନ ଶୈଳୀରେ ସ୍ୱାଦିଷ୍ଟ ମାଛ ମସଲା

ଆବଶ୍ୟକ ସାମଗ୍ରୀ
ମାଛ – ୫୦୦ ଗ୍ରାମ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଦହି – ୫୦ ଗ୍ରାମ
ପିଆଜ – ୨ ଟା (କଟା ହୋଇଥିବା)
ତେଜପତ୍ର – ୨ଟା
ଅଦା ରସୁଣ ବଟା – ୨ ଚାମଚ
ବାଦାମ – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁ୍ତି ପ୍ରଣାଳୀ – ପ୍ରଥମେ ମାଛକୁ ଧୋଇ ଏଥିରେ ହଳଦୀ ଗୁଣ୍ଡ, ଲୁଣ ଗୋଳାଇ ରଖନ୍ତୁ। ଏବେ ଗ୍ୟାସ ଲଗାଇ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଭଲ ଭାବେ ମାଛ ଭାଜି ଏକ ପାତ୍ରକୁ କାଢି ଦିଅନ୍ତୁ। ଏବେ ପୁଣି କଡ଼େଇରେ ଥିବା ତେଲରେ କଟା ପିଆଜ ଓ ତେଜପତ୍ର ପକାଇ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଏଥିରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ , ଅଳ୍ପ ଲୁଣ ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଏଥିରେ ସାମାନ୍ୟ ପାଣି ପକାଇ ଗୋଳାନ୍ତୁ। ଏବେ ଏଥିରେ ଦହିକୁ ପକାଇ ଭଲ ଭାବେ ଗୋଳାନ୍ତୁ। କିଛି ସମୟପରେ ଭାଜିଥିବା ମାଛକୁ ପକାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ୨ ମିନିଟ ପରେ ଏକ ପାତ୍ରକୁ କାଢି ବାଦାମ ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମାଛ ମସଲା ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories