www.samajalive.in
Saturday, December 13, 2025
23.1 C
Bhubaneswar

ରାଜ୍ୟରେ ଆଉ ୨ ହଜାର ୬୦୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୩ ହଜାର ତଳେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨ ହଜାର ୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧, ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୦୮୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୯ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୦୨, ବାଲେଶ୍ୱର ୪୮, ବରଗଡ ୫୧, ଭଦ୍ରକ ୩୭, ବଲାଙ୍ଗିର ୬୦, ବୌଦ୍ଧ ୩୭, କଟକ ୨୦୫, ଦେବଗଡ ୨୧, ଢେଙ୍କାନାଳ ୬୪, ଗଜପତିରୁ ୬୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୮୫, ଜଗତସିଂହପୁର ୬୦, ଯାଜପୁର ୧୩୩, ଝାରସୁଗୁଡା ୫୭, କଳାହାଣ୍ଡି ୬୦, କନ୍ଧମାଳ ୨୬, କେନ୍ଦ୍ରାପଡା ୬୩, କେନ୍ଦୁଝରରେ ୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୯୪, ମାଲକାନଗିରି ୧୯, ମୟୁରଭଞ୍ଜ ୧୦୪, ନବରଙ୍ଗପୁର ୬୨, ନୟାଗଡ ୬୭, ନୂଆପଡା ୮୭, ପୁରୀ ୪୧, ରାୟଗଡା ୬୧, ସମ୍ବଲପୁର ୮୮, ସୋନପୁର ୧୬, ସୁନ୍ଦରଗଡ ୨୦୪ ଷ୍ଟେଟପୁଲରୁ ୧୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୬,୧୦୯ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୨୮ ହଜାର ୯୭୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୪ ହଜାର ୭୦୫କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୬ ହଜାର ୯୬୫ ଜଣ ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories