www.samajalive.in
Sunday, December 7, 2025
18.1 C
Bhubaneswar

ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀଙ୍କ ମୃତ୍ୟୁଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ୪ ବର୍ଷ ବୟସ୍କା ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ମୃତ୍ୟୁ ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ରହିତାଦେଶ ଲାଗୁ କରିଛନ୍ତି। ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ଜବଲପୁର ବେଞ୍ଚ ଏହି ମାମଲାରେ ଦୋଷୀଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ। ରାଜ୍ୟରେ ବଳାତ୍କାର ନିରୋଧ ଆଇନ ଅଧୀନରେ ୧୨ ବର୍ଷରୁ କମ୍‍ ବୟସ୍କ ନାବାଳିକାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେବାର ବ୍ୟବସ୍ଥା ହେବା ପରଠାରୁ ବିଗତ ୭ ମାସ ମଧ୍ୟରେ ୧୨ ଜଣଙ୍କୁ ଏହି ଦଣ୍ଡାଦେଶ ମିଳିଛି। ୨୦୧୬ରେ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ମଧ୍ୟପ୍ରଦେଶରେ ସର୍ବାଧିକ ବଳାତ୍କାର ମାମଲା ରୁଜୁ ହୋଇଥିବା ନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ ସୂଚନା ଦିଆଯିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଆଇନ ଲାଗୁ କରାଯାଇଛି। ମଧ୍ୟପ୍ରଦେଶ ପରେ ହରିୟାଣା, ରାଜସ୍ଥାନ ଏବଂ ଅରୁଣାଚଳ ପ୍ରଦେଶ ମଧ୍ୟ ସମାନ ଆଇନ ଆଣିଛନ୍ତି। ଜାମ୍ମୁ-କାଶ୍ମୀର ଏବଂ ଦିଲ୍ଲୀ ସରକାର ମଧ୍ୟ ଏହି ଭଳି ଆଇନ ଆଣିବା ଦିଗରେ ବିଚାର କରୁଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories