ରାଜ୍ୟରେ ପୁଣି ୨୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ନେଉନାହିଁ କରୋନାଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୩୪କୁ ବୃଦ୍ଧି ପାଇଛି।
ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ପୁରୀ ଜିଲ୍ଲାର ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟ ଓ ନୟାଗଡ଼ ଜିଲ୍ଲାର ଦୁଇ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାସହ ଭଦ୍ରକ, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
Comments are closed.