www.samajalive.in
Monday, December 15, 2025
24.1 C
Bhubaneswar

ପଞ୍ଜାବରେ ଚରଣଜିତ ସିଂ ଚନ୍ନି କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଘୋଷଣା କଲେ ରାହୁଲ ଗାନ୍ଧୀ

ଅମୃତସର: ପଞ୍ଜାବରେ ଚରଣଜିତ ସିଂ ଚନ୍ନି କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ। ଲୁଧିଆନାରେ ଚନ୍ନିଙ୍କ ନାମ ଘୋଷଣା କଲେ ସାଂସଦ ରାହୁଲ ଗାନ୍ଧୀ। ନବଜୋତ ସିଂ ସିଦ୍ଧୁଙ୍କ ଉପସ୍ଥିତିରେ ଚନ୍ନିଙ୍କ ନାମ ଘୋଣା କଲେ ରାହୁଲ। ଆଜି ରାହୁଲଙ୍କ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ପାଇଁ ସ୍ୱପ୍ନ ଦେଖୁଥିବା ସିଦ୍ଧୁଙ୍କ ଆଶା ଧୂଳିସାତ ହୋଇଛି।
ପଞ୍ଜାବରେ କଂଗ୍ରସ ପକ୍ଷରୁ କିଏ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତାକୁ ନେଇ କିଛି ଦିନ ହେଲା କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଆଜି ଏହାର ଅବସାନ ଘଟିଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛନ୍ତି। ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ପାଇଁ ଚରଣ ଜିତ ସିଂ ଚନ୍ନିଙ୍କ ନାମ ଘୋଷଣା କରିଛନ୍ତି ରାହୁଲ। ଚନ୍ନି ଏବେ ପଞ୍ଜାବରେ ମୁଖ୍ୟମନ୍ତ୍ରୀ ଅଛନ୍ତି।

 

- Advertisement -

ଆଜି ଏକ କାରରେ ଲୁଧିଆନାରେ ପହଞ୍ଚିଥିଲେ ରାହୁଲ। ପଞ୍ଜାବର ପୂର୍ବତନ କଂଗ୍ରେସ ମୁଖ୍ୟ ସୁନିଲ ଜଖର କାର ଡ୍ରାଇଭିଂ କରୁଥିଲା ବେଳେ ଉକ୍ତ କାରରେ ରାହୁଲ ଗାନ୍ଧୀଙ୍କ ସମେତ ପଞ୍ଜାବ ମୁଖମନ୍ତ୍ରୀ ଚରଣ ଜିତ ସିଂ ଚନ୍ନି , ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ବସିଥିଲେ। ମୁଖ୍ୟମନ୍ତ୍ରୀ ଚେହେରା ପାଇଁ ଉଭୟ ଚରଣ ଜିତ ସିଂ ଚନ୍ନି ଏବଂ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରୁ କାହାକୁ ଜଣକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯିବ ସେଥିନେଇ ଚର୍ଚ୍ଚା ଲାଗି ରହିଥିଲା। ଆଜିର କାର୍ଯ୍ୟକ୍ରମରେ ଭୟୟେ ଚନ୍ନି ଏବଂ ସିଦ୍ଧୁଙ୍କ ସହ ରାହୁଲ ଉପସ୍ଥିତ ଥିଲେ। ୧୧୭ ଆସନ ବିଶିଷ୍ଟ ବିଧାନ ସଭା ଆସନ ପାଇଁ ଆସନ୍ତା ଫେବୃଆରୀ ୧୪ରେ ମତ ଦାନ ହେବ ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories