www.samajalive.in
Monday, December 15, 2025
15.1 C
Bhubaneswar

ସୋମବାର ରାଶିଫଳ (୦୭/୦୨/୨୦୨୨)

ମେଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ବାଦୁ ଭୋଜନ ମିଳିବ।

ବୃଷ :  ଚଞ୍ଚଳ ସ୍ବଭାବର ହେବେ। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ପସନ୍ଦ କରିବେ। ଭାଷା ଓ ବ୍ୟବହାର ମଧୁର ହେବ। ସାହସୀ ଓ ଜ୍ଞାନୀ ହେବେ। ଶତ୍ରୁ ଦମନ ପାଇଁ ଧନ ବ୍ୟୟ କରିବେ।

ମିଥୁନ : ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥପ୍ରାପ୍ତ ହେବେ।

କର୍କଟ : କର୍ମ ତତ୍ପରତା ପ୍ରକାଶ ପାଇବ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ସିଂହ : ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌ ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା : ଶାରୀରିକ ସ୍ତରରେ ମାନ୍ଦାଭାବ ଦେଖା ଦେଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶୁଭକାର୍ଯ୍ୟକୁ ସ୍ଥଗିତ ରଖିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ତୁଳା : ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସେବା କ୍ଷେତ୍ରରେ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ।

ବିଛା : କ୍ରୋଧ ସମ୍ବରଣ କଲେ ସୁଫଳ ମିଳିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ।

ଧନୁ :  କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ମର୍ଯ୍ୟାଦାସମ୍ପନ୍ନ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ମକର : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ଓ ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମରୁ ଲାଭବାନ୍‌ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।
କୁମ୍ଭ : କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। କଥା ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଶ୍ରଦ୍ଧା, ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।

ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବଯୁକ୍ତ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories