www.samajalive.in
Saturday, December 13, 2025
26.1 C
Bhubaneswar

ଆଜିଠୁ ଦୁଇଦିନ ଘନକୁହୁଡ଼ି ; ୯ ଓ ୧୦ରେ ବର୍ଷା

ଭୁବନେଶ୍ବର : ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତ ଲହରୀ ଜାରି ରହିଥିବାବେଳେ ୭ରୁ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ଘନକୁହୁଡ଼ି ଦୃଶ୍ୟମାନ ହେବ। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି)ଙ୍କ ପକ୍ଷରୁ ଦୁଇ ଦିନ ପାଇଁ ସତର୍କତା ଜାରି କରିଛନ୍ତି। ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୋଳ ଓ ଢେଙ୍କାନାଳରେ ଘନକୁହୁଡ଼ି ଦେଖିବାକୁ ମିଳିବ। ସେହିପରି ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳରେ ଘନ କୁହୁଡ଼ି ଦୃଶ୍ୟମାନ ହେବ। ଏହି ସମୟରେ ରାସ୍ତାରେ ଗାଡ଼ି ଚଳାଚଳରେ ଅସୁବିଧା ଦେଖା ଦେଇପାରେ। ତେଣୁ ଦୁର୍ଘଟଣା ଏଡ଼ାଇବାକୁ ପୁଲିସ ଓ ପରିବହନ ବିଭାଗ ଅଧିକାରୀ ପ୍ରଭାବିତ ହେବାକୁ ଥିବା ଜିଲାରେ ଯାନବାହନ ଚଳାଚଳ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଏସଆରସି ସମସ୍ତ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ଉପକୂଳର ଅଧିକାଂଶ,ଉତ୍ତର ଆଭ୍ୟନ୍ତରୀଣର କେତେକ ସ୍ଥାନ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଦାରିଙ୍ଗବାଡ଼ିରେ ସବୁଠୁ କମ୍ ୮ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ଼ କରାଯାଇଛି। ସେହିପରି ୯ ଓ ୧୦ ତାରିଖରେ କେତେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୯ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ୧୦ରେ ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରେ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories