www.samajalive.in
Monday, December 8, 2025
14.1 C
Bhubaneswar

ନିର୍ବାଚନ ପୂର୍ବରୁ ଯୋଗୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ । ଟ୍ୱିଟରରେ ଯୋଗୀଙ୍କୁ ହତ୍ୟା ଧମକ ଦିଆଯାଇଥିବା ଦେଖିବାକୁ ମିଳିଛି । ଟ୍ୱିଟରରେ ଲେଡି ଡନ୍‍-୩ ନାମକ ଏକ ଆକାଉଣ୍ଟରୁ ହତ୍ୟା ଧମକ ଆସିଛି । ଧମକରେ ଲେଖାଯାଇଛି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୂର୍ଯ୍ୟ ଦେଖିପାରିବେ ନାହିଁ । ଓୱେସି ତ କେବଳ ମୋହରା ଥିଲେ, କିନ୍ତୁ ଅସଲ ଟାର୍ଗେଟ ହେଉଛନ୍ତି ଯୋଗୀ ଆଦିତ୍ୟନାଥ । ଖାଲି ସେତିକି ନୁହେଁ ଏହି ଟ୍ୱିଟର ଟ୍ୟାଗ୍‍ ଅଲିଗଡ ପୋଲିସକୁ ମଧ୍ୟ କରାଯାଇଛି । ଏହି ଧମକପୂର୍ଣ୍ଣ ଟ୍ୱିଟ୍‍ ପରେ ଉତ୍ତରପ୍ରଦେଶ ପୋଲିସ ତତ୍ପରତର ଦେଖାଇଛି ।

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସୁରକ୍ଷାକୁ ଆହୁରି କଡ଼ାକଡ଼ି କରିଛି ପୋଲିସ । ଅନ୍ୟପଟେ ଘଟଣାକୁ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ହେଲେ ଟ୍ୱିଟର କିଛି ଘଣ୍ଟାପରେ ଆକାଉଣ୍ଟ ଟି ଡିଲିଟ୍‍ କରାଯାଇଥିବା ଦେଖିବାକୁ ମିଳିଛି । ତେବେ ପ୍ରୋଫାଇଲ ଡିଲିଟ୍‍ ହେବା ପୂର୍ବରୁ ଧମକପୂର୍ଣ୍ଣ ଟ୍ୱିଟର ସ୍କ୍ରିନସଟ୍‍ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories