www.samajalive.in
Sunday, December 14, 2025
26.1 C
Bhubaneswar

ଆସନ୍ତାକାଲି ହେବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଆସନ୍ତା କାଲି ଅନୁଷ୍ଠିତ ହେବ। ମୋଟ ୭୨ ହଜାର ୨୮୦ ଜଣ ପରୀକ୍ଷାର୍ଥୀ ଚଳିତ ବର୍ଷ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଦେବେ। ଏଥିପାଇଁ ସାରା ରାଜ୍ୟରେ ପେପର-୧ ପାଇଁ ୩୩୮ ଓ ପେପର- ୨ ପାଇଁ ୩୩ଟି ପରୀକ୍ଷା କେନ୍ଦ୍ର ପ୍ରସ୍ତୁତ କରାଯାଇଛି। କଟକ ମାଧ୍ୟମିକ ଶିକ୍ଷା ପରିଷଦର ମୁଖ୍ୟ କାର୍ୟ୍ୟାଳୟ କଣ୍ଟ୍ରୋଲ ରୁମ୍ ରହିବ। କପିକରୁଥିବା ସମୟରେ ଯଦି କେହି ପରୀକ୍ଷାର୍ଥୀ ଧରା ପଡନ୍ତି ତାହେଲେ ତାଙ୍କୁ କେବେ ବି ଏହି ପରୀକ୍ଷା ଦେବା ପାଇଁ ସୁଯୋଗ ଦିଆଯିବ ନାହିଁ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି।

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା ପେପର ୧ ସକାଳ ୯ ଟାରୁ ୧୧ ଟା ୩୦ରେ ପେପର- ୧ ପରୀକ୍ଷା ହେବାକୁ ଥିବାବେଳେ ଅପରାହ୍ନ ୧ ଟାରୁ ୩ ଟା ୩୦ ଯାଏ ଚାଲିବ ପେପର- ୨ ପରୀକ୍ଷା କରାଯିବ। ଏହି ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ପାଇଁ କୌଣସି ବିଯୁକ୍ତ ନମ୍ବର ରହିବ ନାହିଁ। ପରୀକ୍ଷାର୍ଥୀମାନେ ପ୍ରତି ପେପରରେ ୪ଟି ଲେଖାଏ ସେକ୍ସନରେ ପରୀକ୍ଷା ଦେବେ। ପେପର- ୧ ରେ ୬୮ ହଜାର ୭୪୨ ପରୀକ୍ଷାର୍ଥୀ ଓ ପେପର -୨ ରେ ୩ ହଜାର ୫୩୮ ପରୀକ୍ଷାର୍ଥୀ ଦେବେ ପରୀକ୍ଷା ବୋଲି ସୂଚନା ଦିଆଯାଇଛି। ସମସ୍ତ ପରୀକ୍ଷାର୍ଥୀ କୋଭିଡ ମାର୍ଗଦର୍ଶିକା ଅନୁପାଳନ ପୂର୍ବକ ପରୀକ୍ଷା ଦେବେ। ସମସ୍ତେ ମାସ୍କ ପିନ୍ଧିବେ, ହାତ ସାନିଟାଇଜ କରିବେ ଏବଂ ସାମାଜିକ ଦୂରତା ନିୟମ ପାଳନ କରିବେ। ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା ପାଇଁ ସମସ୍ତ ନୋଡାଲ ଓ ପରୀକ୍ଷା କେନ୍ଦ୍ରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କୋଭିଡ ମାର୍ଗଦର୍ଶିକା ପାଳନ ସହ କିପରି ସଠିକ ଭାବେ ପରୀକ୍ଷା ହେବ ସେଥିନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories