www.samajalive.in
Sunday, December 14, 2025
16.1 C
Bhubaneswar

ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବାର ସମ୍ଭାବନା ରହିଛି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ। ସେ ୨୦ ତାରିଖରେ ଫେରିଯିବେ। ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

ପୁରୀ ଜିଲ୍ଲା ପ୍ରଶାସନ ପାଖରେ ଏନେଇ ଖବର ରହିଛି। ତେବେ ସରକାରୀ ଭାବେ ପୁରୀ ଜିଲା ପ୍ରଶାସନ ନିକଟରେ ଏନେଇ କିଛି ସୂଚନା ନାହିଁ। ଅର୍ଥାତ୍ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ପୁରୀ ଜିଲ୍ଲା ପ୍ରଶାସନ ପାଖକୁ ଏ ସମ୍ବନ୍ଧୀୟ କିଛି ଚିଠି ଆସି ନାହିଁ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ପ୍ରଶାସନକୁ ଯୋଗାଯୋଗ କରାଗଲା ପରେ ଯାଇ ରାଷ୍ଟ୍ରପତିଙ୍କ ଗସ୍ତ ସଂପର୍କରେ ସବିଶେଷ ସୂଚନା ମିଳିପାରିବ ବୋଲି କୁହାଯାଉଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories