www.samajalive.in
Sunday, December 7, 2025
15.1 C
Bhubaneswar

ବୁଧବାର ରାଶିଫଳ ୦୯.୦୨.୨୦୨୨

ମେଷ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାଧ୍ୟାୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଉପାର୍ଜନ ଊଣା ହେବ ନାହିଁ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।
ମିଥୁନ: ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସାଧନାର ପ୍ରଥମ ସୋପାନ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁର କଥାରେ ପରକୁ ଆପଣାର କରିବେ।
କର୍କଟ: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ସିଂହ: କର୍ତ୍ତବ୍ୟନିଷ୍ଠ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
କନ୍ୟା: ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ଦିଗରୁ ଅର୍ଥ ମିଳିବ।
ତୁଳା: ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଯୋଗଁୁ ସତର୍କରେ ଚଳିବେ।
ବିଛା: ବନ୍ଧୁବର୍ଗଙ୍କ ତରଫରୁ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ଧନୁ: ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‌ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।
ମକର: କର୍ମ ଚଞ୍ଚଳ ରହିବେ। ଧନ ଅର୍ଜନ ପାଇଁ ଉପାୟ ଚିନ୍ତା କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ତେଜସ୍ବୀ ହେବେ।
କୁମ୍ଭ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତରୁ ଲାଭବାନ୍‌ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ମୀନ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହୋଇପାରନ୍ତି। ଭାଇଙ୍କଠାରୁ ଆଦର ସମ୍ମାନ ମିଳିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories