www.samajalive.in
Monday, December 8, 2025
27.1 C
Bhubaneswar

ବିଶ୍ବେଶ୍ବରଙ୍କୁ ଆଶ୍ବସ୍ତି: ମିଳିଲା ମଧ୍ୟବର୍ତ୍ତୀକାଳୀନ ସୁରକ୍ଷା

କଟକ: ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ବୁଧବାର ହାଇକୋର୍ଟ ମଧ୍ୟବର୍ତ୍ତୀକାଳୀନ ସୁରକ୍ଷା ପ୍ରଦାନ କରିଛନ୍ତି। ଏଥିସହ ମାର୍ଚ୍ଚ ୪ ତାରିଖରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବା ସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦେଶ ଦେଇଛନ୍ତି। ଦୁଇ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ ଅଭିଯୋଗ‌ ନେଇ ବାରିପଦା ଟାଉନ ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ଲୋଡ଼ି ଟୁଡୁ ଦାଖଲ କରିଥିବା ଆବେଦନର ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ତଦନ୍ତ ସମୟରେ ସାକ୍ଷୀକୁ ପ୍ରଭାବିତ ନ କରିବାକୁ ହାଇକେର୍ଟ ନିର୍ଦେଶ ଦେଇଛନ୍ତି। ମାର୍ଚ୍ଚ ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ ମନ୍ତ୍ରୀ ଟୁଡୁଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦ୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ଟୁଡୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ୍ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା। ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା। ପୁଲିସ ପୀଡିତଙ୍କ ବୟାନ ରେକର୍ଡ କରିବା ସହିତ ତଦନ୍ତ ଚଳାଇଥିବା ବେଳେ ଟୁଡୁ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories