www.samajalive.in
Monday, December 8, 2025
24.1 C
Bhubaneswar

ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୫ କୋଟି ଦାନ

ଭୁବନେଶ୍ୱର: ରାଜ୍ୟ ପାନୀୟ ନିଗମ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ଦାନ କରିଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟ ପାନୀୟ ନିଗମ ଅଧ୍ୟକ୍ଷ ସୁଶୀଲ କୁମାର ଲୋହାନୀଙ୍କଠାରୁ ଏହି ଚେକ୍ ଗ୍ରହଣ କରିଛନ୍ତି। ଏ ନେଇ ଶ୍ରୀ ଲୋହାନି କହିଛନ୍ତି ଯେ ୨୦୨୧-୨୨ ଆର୍ଥିକ ବର୍ଷରେ ନିଗମ ଜୁନ୍ ମାସରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ମଧ୍ୟ ଦେଇଥିଲା। ଚଳିତ ଆର୍ଥିକ ବର୍ଷରେ ଏହି ନିଗମ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମୋଟ ୧୦ କୋଟି ଟଙ୍କା ପ୍ରଦାନ କରିଛି। ଏହି ଅବସରରେ ଶ୍ରୀ ଲୋହାନି ୨୦୨୦-୨୧ ପାଇଁ ସରକାରଙ୍କୁ ଲାଭାଂଶ ବାବଦକୁ ମୁଖ୍ୟ ଶାସନ ସଚିବଙ୍କୁ ୬.୨୬ କୋଟି ଟଙ୍କାର ଏକ ଚେକ୍ ମଧ୍ୟ ପ୍ରଦାନ କରିଛନ୍ତି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories