www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୧,୪୮୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧,୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୮୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୧୮ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୩୪ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୧୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୭୨, ବାଲେଶ୍ୱର ୩୪, ବରଗଡ ୨୫, ଭଦ୍ରକ ୨୦, ବଲାଙ୍ଗିର ୩୭, ବୌଦ୍ଧ ୩୬, କଟକ ୧୩୩, ଦେବଗଡ ୨୭, ଢେଙ୍କାନାଳ ୧୩, ଗଜପତିରୁ ୪୩ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨୭, ଜଗତସିଂହପୁର ୪୩, ଯାଜପୁର ୭୩, ଝାରସୁଗୁଡା ୩୯, କଳାହାଣ୍ଡି ୪୧, କନ୍ଧମାଳ ୧୨, କେନ୍ଦ୍ରାପଡା ୪୯, କେନ୍ଦୁଝରରେ ୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୫୮, ମାଲକାନଗିରି ୩, ମୟୂରଭଞ୍ଜ ୪୦, ନବରଙ୍ଗପୁର ୩୫, ନୟାଗଡ ୫୯, ନୂଆପଡା ୫୭, ପୁରୀ ୩୭, ରାୟଗଡା ୪୭, ସମ୍ବଲପୁର ୨୧, ସୋନପୁର ୨୭, ସୁନ୍ଦରଗଡ ୧୩୯ ଷ୍ଟେଟପୁଲରୁ ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩, ୧୨୬ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୪୮ହଜାର ୧୫୨ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୩ ହଜାର ୩କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୫ ହଜାର ୯୮୦ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories