www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ଆଉ ୬୭,୦୮୪ କରୋନା ଆକ୍ରାନ୍ତ ଚିହ୍ନଟ, ୧୨ଶହ ଟପିଲା ଦୈନିକ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ହେଲେ ମୃତ୍ୟୁସଂଖ୍ୟାରେ ଲାଗୁନି ରୋକ୍‍ । ଆଜି ବି ଦେଶରେ ଏକ ଲକ୍ଷ ତଳେ ରହିଛି କରୋନା ମାମଲା । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୬୭,୦୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ଦେଶରେ ଆଉ ୧,୨୪୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏଯାଏ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୦୬,୫୨୦କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ସୁସ୍ଥତା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧,୬୭,୮୮୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ୍ କରୋନା ସକ୍ରିୟ ମାମଲା ରହିଛି ୭,୯୦,୭୮୯ । ଦୈନିକ ପଜିଟିଭିଟି ହାର କମୁଥିବା ବେଳେ, ଟିକାକରଣକୁ ମଧ୍ୟ ଦେଶରେ ଜୋରଦାର କରାଯାଉଛି । ଦେଶରେ ଏଯାଏ ୧,୭୧,୨୮,୧୯,୯୪୭ ଲୋକଙ୍କ ଟିକାକରଣ ହୋଇଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories