www.samajalive.in
Friday, December 12, 2025
16.1 C
Bhubaneswar

ନୂଆ ପ୍ରଜାତି ବିଷୟରେ ଏବେଠୁ କହିବା ଠିକ୍ ନୁହେଁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : କୋଭିଡ଼ର ନୂଆ ପ୍ରଜାତି ବିଷୟରେ ଏବେଠୁ କହିବା ଠିକ୍ ହେବ ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ମତ ବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ସେ ଗଣମାଧ୍ୟମକୁ କହିଛନ୍ତି ଯେ ବର୍ତମାନ ସମୟରେ ବିଭିନ୍ନ ପ୍ରଜାତି ରହିବ । ଭୂତାଣୁ ରହିବା ପର୍ଯ୍ୟନ୍ତ ପ୍ରଜାତି ମଧ୍ୟ ବଦଳିବ । ଅଧିକ ଘାତକ ହେବ କି ନାହିଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ନିକଟରେ ତଥ୍ୟ ନାହିଁ । ବିଶେଷ ପ୍ରାମାଣିକ ତଥ୍ୟ କିଛି ଆସିନାହିଁ । ଏବେଠୁ ତଥ୍ୟକୁ ଅପେକ୍ଷା କରିବା ଆବଶ୍ୟକ ବୋଲି ସେ ସୂଚନା ଦେଇଛନ୍ତି ।
ଅନ୍ୟ ପକ୍ଷରେ ନାଜାଲ ଡ୍ରପ୍ ସମ୍ପର୍କିତ ପ୍ରଶ୍ନର ଉତର ଦେଇ ସେ କହିଛନ୍ତି, ବୈଜ୍ଞାନିକ ତଥ୍ୟ କହୁଛି ନାଜାଲ ଡ୍ରପ୍ କାମ କରୁଛି । ଗାଇଡ଼ଲାଇନ ଆସିଲେ ଯାହା କାର୍ଯ୍ୟ କରିବା କଥା କରାଯିବ।
କରୋନା ଜନିତ ମୃତ୍ୟୁ ସଂଖ୍ୟା ସଂପର୍କରେ ସେ କହିଛନ୍ତି, ବର୍ତମାନ ମଧ୍ୟ ବହୁ ରୋଗୀ ଆଇସିୟୁ ଓ ଭେଣ୍ଟିଲେଟରରେ ଅଛନ୍ତି । ତେଣୁ ମୃତ୍ୟୁ ସଂଖ୍ୟା ଏପରି ରହିବ। ବର୍ତମାନ ମଧ୍ୟ ୭୦ରୁ ୭୧ଜଣ ଆକ୍ରାନ୍ତ ଭେଣ୍ଟିଲେଟରରେ ଅଛନ୍ତି। ସଂକ୍ରମଣ ପିକ୍ ପରେ ମୃତ୍ୟୁ ସଂଖ୍ୟା କମିବାକୁ ୬ ରୁ ୭ ସପ୍ତାହ ଲାଗିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories