www.samajalive.in
Sunday, December 14, 2025
23.1 C
Bhubaneswar

୬ ଜିଲ୍ଲାରେ ବର୍ଷା ; ୩ ଜିଲ୍ଲାରେ ଘନକୁହୁଡ଼ି

ଭୁବନେଶ୍ବର : ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି।

ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର,ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଢେଙ୍କାନାଳ, ଅନୁଗୁଳ ଓ କନ୍ଧମାଳର କେତେକ ସ୍ଥାନରେ ଘନକୁହୁଡ଼ି ଅନୁଭୂତ ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories