ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟରେ ୩ଜଣ ନୂଆ ବିଚାରପତି ନିଯୁକ୍ତି ପାଇବେ। ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ, ମୁରାହରି ଶ୍ରୀମଣ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେବ। ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ, ମୁରାହରି ଶ୍ରୀମଣଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିବା ପାଇଁ ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ଫଳରେ ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦେବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ, ମୁରାହରି ଶ୍ରୀମଣଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ରାଷ୍ଟ୍ରପତିଙ୍କ ଅନୁମୋଦନ ଆଧାରରେ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Popular Categories



